ଭୁବନେଶ୍ୱର, ୨୬/୮ : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ହେଉଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି । କିନ୍ତୁ ୯ଟି ଜିଲ୍ଲାରେ ଏହା ଅଧିକ । ତେଣୁ ଏହି ୯ଟି ଜିଲ୍ଲା ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେବଗଡ଼ରେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।
ମୟୂରଭଂଜ ଓ ବାଲେଶ୍ୱର ସମେତ ଭଦ୍ରକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇଛି । ବର୍ଷା ଯୋଗୁଁ ରେବ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବନ୍ତ ବ୍ଲକ କେନ୍ଦୁଆପଡ଼ା ପଂଚାୟତର ୩ଟି ଗାଁ ଜଳମଗ୍ନ ହୋଇଛି । ଗୁଗଡ଼ିଆ, କେନ୍ଦୁଆପଡ଼ା ଓ ଗୋବିନ୍ଦପୁର ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ମୁଲଗଡ଼ିଆ ରାସ୍ତାରେ ଘାଇ ସୃଷ୍ଟି ହୋଇଥିବା ବେଳେ ରାସ୍ତା ଉପରେ ୪ ଫୁଟ ପାଣି ପ୍ରବାହିତ ହେଉଛି ।
ଆସନ୍ତାକାଲିଠାରୁ ବର୍ଷାର ପରିମାଣ କମିବ ବୋଲି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯ।ଇଛି । ଏହି ଲଘୁଚାପ ବର୍ଷା ଯୋଗୁଁ ମହାନଦୀ, ବୈତରଣୀ ଓ ଜଳକା ନଦୀର ଜଳସ୍ତର ବଢ଼ିବ ଓ ବନ୍ୟା ପରିସ୍ଥିତି ହୋଇପାରେ । ଅନ୍ୟପକ୍ଷରେ ବର୍ଷା ପରିମାଣ ବଢିବା ସହିତ ଆକସ୍ମିକ ବନ୍ୟା, ଭୂସ୍ଖଳନ ସମ୍ଭାବନା ରହିଛି । ଏସବୁକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର । ବିଡ଼ିଓ, ତହସିଲଦାରଙ୍କ ସମେତ ବରିଷ୍ଠ ଅଧିକାରୀଙ୍କୁ ପରିସ୍ଥିତି ଉପରେ ନଜର ରଖିବାକୁ କୁହାଯାଇଛି।