ବିବାହ ଉତ୍ସବରେ ବିଷାକ୍ତ ଖାଦ୍ୟ ଖାଇ ୪୦୦ ଅସୁସ୍ଥ

ନୂଆଦିଲ୍ଲୀ, ୨୧/୦୪ : ଗୁଜରାଟର ଦାହୋଦ ଜିଲ୍ଲାର ଆଭଲୋଦ ଗାଁରେ ଏକ ବିବାହ ଉତ୍ସବରେ ବିଷାକ୍ତ ଖାଦ୍ୟ ଖାଇବା ପରେ ୪୦୦ ରୁ ଅଧିକ ଲୋକ ଅସୁସ୍ଥ ହୋଇ ପଡ଼ିଛନ୍ତି। ଏହି ଘଟଣା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ବହୁ ସଂଖ୍ୟକ ଲୋକଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଅନୁସାରେ, ବିବାହ ଉତ୍ସବରେ ଲୋକେ ଖାଦ୍ୟ ଖାଇବାର କିଛି ଘଣ୍ଟା ମଧ୍ୟରେ ବାନ୍ତି, ଝାଡ଼ା ଏବଂ ପେଟ ଯନ୍ତ୍ରଣା ଅନୁଭବ କରିବା ଆରମ୍ଭ କରିଥିଲେ। ପ୍ରଭାବିତ ଲୋକଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରୁ ପ୍ରଶାସନ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ତୁରନ୍ତ ସୂଚନା ଦିଆଯାଇଥିଲା। ଅସୁସ୍ଥ ଲୋକଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ସରକାରୀ ଏବଂ ବେସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ ଅନୁଯାୟୀ, ଅଧିକାଂଶ ପୀଡ଼ିତଙ୍କ ସ୍ବାସ୍ଥ୍ୟବସ୍ଥା ବର୍ତ୍ତମାନ ସ୍ଥିର ଅଛି। କିଛି ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି।