ମେଷ: ରବିବାର ଓ ସୋମବାର ଶାରୀରିକ ଅସୁସ୍ଥତା ଦେଖାଦେବ। ମନାନ୍ତର ଘଟିପାରେ। ମଙ୍ଗଳବାର ଓ ବୁଧବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଗୁରୁବାର ଓ ଶୁକ୍ରବାର ସୌଖୀନ ଦ୍ରବ୍ୟ କିଣାକିଣି କରିପାରନ୍ତି। ଶନିବାର ଆୟ ମଧ୍ୟମ ରହିବ। ପାରିବାରିକ ଅଶାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ଭ୍ରମଣପ୍ରିୟ ହେବେ। ନୂତନ କର୍ମ ସଂସ୍ଥାନ ପ୍ରାପ୍ତ ହେବ। ମଙ୍ଗଳବାର ଓ ବୁଧବାର ଅସୁବିଧାରେ ପଡ଼ିପାରନ୍ତି। ଯାନବାହନ ଜନିତ ସମସ୍ୟା ଦେଖାଦେବ। ଗୁରୁବାର ଓ ଶୁକ୍ରବାର ଶ୍ରୀ ଯୁକ୍ତ ହେବେ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ଶନିବାର ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ବନ୍ଧୁ ଲାଭ କରିବେ। ଧନପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବିପଦରେ ପଡ଼ିପାରନ୍ତି। ଶତ୍ରୁ ଦ୍ବାରା ପରାଭୂତ ହେବେ। କାର୍ଯ୍ୟକ୍ଷେତ୍ରରେ ଦ୍ବନ୍ଦ୍ବ ଦେଖାଦେବ। ଶୁକ୍ରବାର ଓ ଶନିବାର ଆନନ୍ଦିତ ହେବେ। ସୁଖାଦ୍ୟ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ବନ୍ଧୁ ସହଯୋଗ ଲାଭ ହେବ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ଅଗ୍ରସର ହେବେ। ନିଜର ବ୍ୟକ୍ତିତ୍ବ ବଳରେ ସମସ୍ୟା ସମାଧାନ ହେବ। ଶୁକ୍ରବାର ଓ ଶନିବାର ସାମାନ୍ୟ ଅସାବଧାନତା ବିପଦର କାରଣ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ମଧ୍ୟମ ସଫଳତା ଲାଭ କରିବେ। ଅତୀତକୁ ନେଇ ପଶ୍ଚାତାପ କରିବେ। ମଙ୍ଗଳବାର ଓ ବୁଧବାର ଲୋକସମ୍ପର୍କ ବୃଦ୍ଧି ହେବ। ତୀର୍ଥଯାତ୍ରା କରିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ସମସ୍ୟା ଦୂର ପାଇଁ ପ୍ରୟାସ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କ କବଚ ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଶତ୍ରୁ ଦ୍ବାରା ପରାସ୍ତ ହେବେ। ବ୍ୟଥିତ ଓ ବିବ୍ରତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ପ୍ରାପ୍ତ କରାଇବ। ଶୁକ୍ରବାର ଓ ଶନିବାର ଶ୍ରେଷ୍ଠତ୍ବ ପ୍ରତିପାଦନ କରିବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଶତ୍ରୁ ଦ୍ବାରା ପରାସ୍ତ ହୋଇପାରନ୍ତି। ଯାତ୍ରାଜନିତ ସମସ୍ୟା ଦେଖାଦେବ। ମଙ୍ଗଳବାର ଓ ବୁଧବାର ନୂତନ ନିଯୁକ୍ତି ମିଳିପାରେ। ପ୍ରତିଷ୍ଠା ଲାଭ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଶୁଭଫଳ ପ୍ରଦାନ କରିନପାରେ। ଆର୍ଥିକ ଅନଟନ ଦେଖାଦେବ। ପାରିବାରିକ ଅଶାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳନ୍ତୁ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାର ଓ ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ମଙ୍ଗଳବାର ଓ ବୁଧବାର ଯାନବାହନ ଜନିତ ସମସ୍ୟା ଦେଖାଦେବ। ଶତ୍ରୁ ବୃଦ୍ଧି ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସାବଧାନତା ଅବଲମ୍ବନ କରିବା ଉଚିତ୍। ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖାଦେବ। ମାଲିମକଦ୍ଦମାରେ ବିଫଳତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର ଆର୍ଥିକ ସ୍ବଚ୍ଛଳତା ଲାଭ ହେବ। କାର୍ଯ୍ୟରେ ପ୍ରତିଷ୍ଠା ଲାଭ କରିବେ। ମଙ୍ଗଳବାର ଓ ବୁଧବାର ସମସ୍ୟା ମୁକ୍ତି ପାଇଁ ପ୍ରୟାସ କରିବେ। ସୃଜନଶୀଳ ପ୍ରତିଭାର ବିକାଶ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ। ସ୍ବାସ୍ଥ୍ୟଗତ ସମସ୍ୟା ଦୂର ପାଇଁ ଚେଷ୍ଟା କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମଜନିତ କ୍ଳାନ୍ତି ଅନୁଭୂତ ହେବ। କାର୍ଯ୍ୟକ୍ଷେତ୍ରରେ ଦ୍ବନ୍ଦ୍ବ ପରିଲକ୍ଷିତ ହେବ। ବୁଧବାର ଓ ଗୁରୁବାର ନୂତନ ନିଯୁକ୍ତି ମିଳିପାରେ। ଅବିବାହିତ ପୁରୁଷ ଓ କନ୍ୟାଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ଶ୍ରୀ ଯୁକ୍ତ ହେବେ। ସ୍ତ୍ରୀ ହେତୁକ ଧନଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ବିବଦମାନ ପରିସ୍ଥିତିର ସମ୍ମୁଖୀନ ହେବେ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ମଙ୍ଗଳବାର ଓ ବୁଧବାର କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ଆୟ ବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀକାଳୀଙ୍କ ସହସ୍ରନାମ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ସ୍ତ୍ରୀ ହେତୁକ ଭୂମି ଲାଭ ହେବ। ପାରିବାରିକ ଜୀବନ ସୁଖମୟ ହେବ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳନ୍ତୁ। ବିବଦମାନ ପରିସ୍ଥିତିର ସମ୍ମୁଖୀନ ହେବେ। ଗୁରୁବାର ଓ ଶୁକ୍ରବାର କର୍ମାଶ୍ରୟୀ ହେବେ। ଶନିବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ତୀର୍ଥଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପିଲାଙ୍କ ପାଇଁ ଚିନ୍ତିତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରାଙ୍କ କବଚ ପାଠ କରନ୍ତୁ।