ଭୁବନେଶ୍ୱର: ରାଜ୍ୟରେ ଶୀତର ଲହରୀ ଜାରି ରହିଛି । ଗତକାଲି ବାଲେଶ୍ୱର ଠାରେ ରାତିର ସର୍ବନିମ୍ନ ତାପମାତ୍ରା ୧୧ ଦଶମିକ ୭ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ କରାଯାଇଛି । ସେହିଭଳି କଟକ, ଅନୁଗୁଳ, ବଲାଙ୍ଗୀର, ମୟୁରଭଞ୍ଜ, ସମ୍ବଲପୁର, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ଘନକୁହୁଡ଼ି ଦୃଶ୍ୟମାନ ହୋଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ଆସନ୍ତାକାଲି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି ।
