ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୪ ଲକ୍ଷ ଅତିକ୍ରମ କରି ପୁଣି ଏକ ସର୍ବକାଳୀନ ତଥା ନୂଆ ରେକର୍ଡ ସୃଷ୍ଟି କରିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୦୧,୯୯୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୫୨୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୧,୯୧,୬୪,୯୬୯ ଓ ମୃତ୍ୟୁସଂଖ୍ୟା ୨, ୧୧,୮୫୩ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨,୯୯,୯୮୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୫୬,୮୪,୪୦୬ରେ ପହଞ୍ଚିଛି।