୧୯ ଜିଲ୍ଲାରେ ଘରପିଛା ଅଧିକ ମିଳିବ ୫ କେଜି ଚାଉଳ

ଭୁବନେଶ୍ୱର, ୨୪/୧୦ : ତିନିମାସ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ କେଜି ଚାଉଳ । ଘୋଷଣା କଲେ ଖାଦ୍ୟ, ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ । ଅତିରିକ୍ତ ଚାଉଳ ବଣ୍ଟନ ଶେଷ କରିବାକୁ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୧୯ ଜିଲ୍ଲାରେ ମୋଟ ୨ କୋଟି ୪୦ଲକ୍ଷ ହିତାଧିକାରୀ ଉପକୃତ ହେବେ । ଅନୁଗୁଳ, ବାଲେଶ୍ବର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ ପ୍ରମୁଖ ଜିଲ୍ଲାରେ ପରିବାର ପିଛା ଏହି ଅତିରିକ୍ତ ୫ କେଜି ଚାଉଳ ମିଳିବ । ଏହି ଅତିରିକ୍ତ ଚାଉଳ ପୂର୍ବ ଭଳି ଆଧାର ସଂଯୁକ୍ତ ହିତାଧିକାରୀଙ୍କୁ ହିଁ ମିଳିବ । ଏହି ଯୋଜନା ଦ୍ଵାରା ୧୯ ଟି ଜିଲ୍ଲାର ୭୦.୪୭ ଲକ୍ଷରୁ ଅଧିକ ପରିବାର ଉପକୃତ ହେବେ । ନଭେମ୍ବର ୧୦ ତାରିଖ ସୁଦ୍ଧା ବଣ୍ଟନ ସାରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜାତୀୟ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମିଳିବ ଏହି ଲାଭ ।

SBI_Festive_Digital Billboard